୨୪ ଘଣ୍ଟା ପର୍ଯ୍ୟନ୍ତ ପୁଣି ବର୍ଷିବ ବର୍ଷା

(ସୌମ୍ୟ ରଂଜନ ସେଠୀ) : ଆଜି ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି । ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଲଘୁଚାପର ରୂପ ନେଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଲଘୁଚାପ ପ୍ରଭାବରେ ରାଜ୍ୟର ୧୮ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗସିଂହପୁର, କଟକ, କେନ୍ଦୁଝର, ମୟୁରଭଂଜ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେଓଗଡ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ଗଜପତି, ଗଞ୍ଜାମ ଓ କନ୍ଧମାଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି ।