ଗତ ୨୪ ଘଣ୍ଟାରେ ରାଜ୍ୟରୁ ୨୪୫ କରୋନା ସଂକ୍ରମିତ ଚିହ୍ନଟ
ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ ।
(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ । ଲଗାତାର ଭାବେ ହୁ ହୁ ହୋଇ ବଢୁଛି ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୨୪୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୧ ଜଣ ସଂକ୍ରମିତ ରହିଛନ୍ତି ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୦୭୮୩ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-
Covid-19 Report For 3rd July
New Positive Cases: 245
Of which 0-18 years: 41
In quarantine: 143
Local contacts: 102(Details of local contacts will be shared by concerned District)
1. Balasore: 3
2. Bhadrak: 2
3. Balangir: 1
4. Cuttack: 38
5. Jagatsinghpur: 1
6. Jajpur: 4— I & PR Department, Odisha (@IPR_Odisha) July 4, 2022
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୩ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ୧୦୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୩୨୧୩୬୭୫୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।
ସୂଚନାନୁଯାୟୀ , ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୦୭୮୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୪୯୦ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୮୦୧୧୪ ଜଣ ସୁସ୍ଥ ହୋଇଛନ୍ତି ।