ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବ ପାଳିତ

ଗଞ୍ଜାମ/ ରଜନୀକାନ୍ତ ପାତ୍ର: ଗୋପାଳପୁର ଅଧୀନରେ ଥିବା ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୧୦.୪୨ ଘଣ୍ଟ ସମୟରେ ଏହି କାର୍ୟ୍ୟକ୍ରମରେ ସାମିଲ ହୋଇଛନ୍ତି । ଏହି କାର୍ୟ୍ୟକ୍ରମରେ ୪୩ ଜଣ ଛାତ୍ରଛାତ୍ରୀଙ୍କୁ ପିଏଚ୍‌ଡି ଡିଗ୍ରୀ ପ୍ରଦାନ କରାଯିବା ସହ ୩୫ଟି ବିଭାଗର ଟପ୍ପର ଛାତ୍ରଛାତ୍ରୀଙ୍କୁ ସ୍ବର୍ଣ୍ଣ ପଦକ, ୩ଜଣଙ୍କୁ ଡିଲିଟ୍, ଜଣଙ୍କୁ ଡିଏସ୍‌ସି ପ୍ରଦାନ କରାଯାଇଛି । ସେପଟେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ପ୍ରତିଷ୍ଠା ହେବା ପରେ ପ୍ରଥମଥର ପାଇଁ ଦେଶର ପ୍ରଥମ ନାଗରିକ ତଥା ମହାମହିମ ରାଷ୍ଟ୍ରପତିଙ୍କ ଏଭଳି ଗ୍ରସ୍ତ ହେଉଥିବା ଯୋଗୁଁ ସ୍ଥାନୀୟ ଅଞ୍ଚଳରେ ଉତ୍ସବର ମାହୋଲ ଦେଖିବାକୁ ମିଳିଛି । ଅନ୍ୟପଟେ ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ୧୧ ପ୍ଳାଟୁନ ପୋଲିସ ଫୋର୍ସ ସହିତ ବହୁ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ସୁରକ୍ଷା ଦାୟିତ୍ୱରେ ନିୟୋଜିତ ଅଛନ୍ତି ।