ଭୁୁବନେଶ୍ୱରୁ ୨୭ ଆକ୍ରାନ୍ତ ଚିହ୍ନଟ ; ସୁସ୍ଥ ୪୧

ଭୁବନେଶ୍ୱର/ ସଞ୍ଜୁ –ଭୁବନେଶ୍ୱରରୁ ୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୦ଜଣ କ୍ୱାରେଣ୍ଟାଇନରେ ଥିବାବେଳେ ୧୭ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ସହ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦,୭୭୮ ରେ ପହଞ୍ଚିଛି । ଏହା ସହ ୪୧ ଜଣ ଆରୋଗ୍ୟ ଲାଭ କରିଛନ୍ତି । ସୂଚନାଯୋଗ୍ୟ ଯେ , ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ ୩୦,୭୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୧୬ ଆକ୍ଟିଭ କେସ ରହିଥିବାବେଳେ ୩୦,୧୨୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୨୧୯ ଜଣଙ୍କର ମୃତ୍ୟୁ ହୋଇଛି । ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।