(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ଆଖପାଖରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଆସନ୍ତା ୩୦ ତାରିଖ ସୁଦ୍ଧା ଏହା ଏଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିିବାରୁ ମତ୍ସଜୀବୀଙ୍କୁ ସମୁଦ୍ରକୁ ମାଛ ମାରିବାକୁ ନ ଯିବାକୁ ବାରଣ କରାଯାଇଛି । ଆସନ୍ତା ୨ ରୁ ୩ ଦିନ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ କାଳବୈଶାଖୀ ବର୍ଷା ହେବାର ସମ୍ଭବାନା ରହିଛି । ତେଣୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସହ ଅଧିକ ବେଗରେ ପବନ ମଧ୍ୟ ବହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ୧୩ଟି ଜିଲ୍ଲାରେ କାଳବୈଶାଖୀର ସର୍ବାଧିକ ପ୍ରଭାବ ଅନୁଭୂତ ହେବା ସମ୍ଭାବନା ରହିଛି। ୧୩ଟି ଜିଲ୍ଲାଗୁଡ଼ିକ ହେଲା ନବରଙ୍ଗପୁର, ବଲାଙ୍ଗୀର, ଗଜପତି, ଗଞ୍ଜାମ, ରାୟଗଡ଼ା, ବୌଦ୍ଧ, ନୂଆପଡ଼ା, ମୟୂରଭଞ୍ଜ, ବାଲେଶ୍ବର,କନ୍ଧମାଳ, କଳାହାଣ୍ଡି, କୋରାପୁଟ ଓ କେନ୍ଦୁଝର। ଏହି ୧୩ଟି ଜିଲ୍ଲାରେ ବର୍ଷା ସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି। ଏଥିପାଇଁ କେନ୍ଦ୍ର ପକ୍ଷରୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଳବୈଶାଖୀ ଜନିତ କ୍ଷୟକ୍ଷତି ପାଇଁ ପ୍ରସ୍ତୁତ ରହିବାକୁ କେନ୍ଦ୍ର ପକ୍ଷରୁ ରାଜ୍ୟକୁ ସତର୍କ କରାଯାଇଛି। ଏଥିସହ ଉପକୂଳ ଓଡ଼ିଶା ସମେତ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ବୌଦ୍ଧ ଓ ସୋନପୁର ଜିଲ୍ଲାଗୁଡ଼ିକରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପବନର ବେଗ ଘଣ୍ଟାପ୍ରତି ପ୍ରାୟ ୩୦ରୁ ୪୦ କିମି ଭିତରେ ରହିବ ବୋଲି ପୂର୍ବାନୁମାନ କରାଯାଇଛି।