ଭୁବନେଶ୍ୱର: ବାଲିଗୁଡାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ସେଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏଥିରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ କୋଟଗଡ କୁଟିବାଲି ଘାଟିରେ ଗଛକୁ ପିଟିଲା ପିକଅପ୍ ଭ୍ୟାନ୍ । ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ରୁ ଅଧିକ ଜଣ ଆହତ ହୋଇଛନ୍ତି । ଆହତ ହୋଇଥିବା ସମସ୍ତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବାହାଘର ଭୋଜି ଖାଇବାକୁ ସାଲକି ଗାଁରୁ ମଦାଙ୍ଗି ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି ।