ସମ୍ବଲପୁରୀ ବସ୍ତ୍ରରେ ନଜର ଆସିଲେ ୩ ପ୍ରଭାବଶାଳୀ ମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ପଶ୍ଚିମ ଓଡ଼ିଶା ପାଳୁଛି ସମ୍ବଲପୁରୀ ଦିନ୍ । ଭାଷା ସାହିତ୍ୟର ପୁରୋଧା ସତ୍ୟନାରାୟଣ ବୋହିଦାରଙ୍କ ଜନ୍ମଦିନକୁ ସମ୍ବଲପୁରୀ ଦିନ ଭାବରେ ପାଳନ କରୁଛନ୍ତି ପଶ୍ଚିମ ଓଡ଼ିଶାବାସୀ । ସମ୍ବଲପୁରୀ ପୋଷାକ ସହ ଜମୁଛି ନାଚ ଗୀତର ଆସର । ସମ୍ବଲପୁରୀ ଭାଷା ସାହିତ୍ୟର ପୁରୋଧା ଗୁରୁ ସତ୍ୟନାରାୟଣ ବୋହିଦାରଙ୍କ ଜନ୍ମଦିନକୁ ସମ୍ବଲପୁରୀ ଦିନ ଭାବରେ ପାଳନ କରୁଛନ୍ତି ପଶ୍ଚିମ ଓଡ଼ିଶାବାସୀ । ଅନ୍ୟପଟେ ସମ୍ବଲପୁରୀ ପରିଧାନରେ ନଜର ଆସିଛନ୍ତି, ମୋଦିର ସରକାରର ୩ ପ୍ରଭାବଶାଳୀ ମନ୍ତ୍ରୀ । ଅର୍ଥମନ୍ତ୍ରୀ ନିର୍ମଳା ସିତାରମଣ, ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କ ସହ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ସମ୍ବଲପୁରୀ ପରିଧାନରେ ନଜର ଆସିଛନ୍ତି ।ଏହି ଚାରିଜଣ ପ୍ରଭାବଶାଳୀ ନେତା ଏକାଠି ନଜର ଆସିବା ସହ ସମ୍ବଲପୁରୀ ଦିନର ଶୁଭେଚ୍ଛା ଜଣାଇଛନ୍ତି । ଏହି ଅବସରରେ ବଡ଼ ବଡ଼ ନେତା ଶୁଭେଚ୍ଛା ଜଣାଇଛନ୍ତି ।