ଗତ ୨୪ ଘଣ୍ଟାରେ ରାଜ୍ୟରୁ ୩୮ କରୋନା ସଂକ୍ରମିତ ଚିହ୍ନଟ
ରାଜ୍ୟରେ ଦିନକୁ ଦିନ ଲଗାତାର ଭାବେ ଉପର ତଳ ହେଉଛି କରୋନା ମିଟର ।
(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ଲଗାତାର ଭାବେ ଉପର ତଳ ହେଉଛି କରୋନା ମିଟର । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୩୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୨ ଜଣ ସଂକ୍ରମିତ ରହିଛନ୍ତି ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୮୦୦ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-
New recoveries: 21
Cumulative tested: 31936850
Positive: 1288800
Recovered: 1279419
Active cases: 202— I & PR Department, Odisha (@IPR_Odisha) June 18, 2022
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୯୩୬୮୫୦ସାମ୍ପୁଲ ଟେଷ୍ଟ୍ ହୋଇଛି ।

ସୂଚନାନୁଯାୟୀ , ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୮୦୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୦୨ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୪୧୯ଜଣ ସୁସ୍ଥ ହୋଇଛନ୍ତି ।