ନକ୍ସଲ-ପୁଲିସ ମୁହାଁମୁହିଁରେ ୪ ନକ୍ସଲ ନିପାତ

ମାଲକାନଗିରି: ଛତିଶଗଡ଼ ସୀମାନ୍ତରେ କମ୍ବିଂ ଅପରେସନ ବେଳେ ନକ୍ସଲ-ପୁଲିସ ମୁହାଁମୁହିଁ। ପୁଲିସ ଗୁଳିରେ ୪ ନକ୍ସଲ ନିପାତ ହୋଇଛନ୍ତି।ଆଜି ସକାଳେ ଛତିଶଗଡ ବିଜାପୁର ଜିଲ୍ଲା ଗଙ୍ଗଲୁର ଜଙ୍ଗଲରେ ଏନକାଉଣ୍ଟର। ଯବାନଙ୍କ ଗୁଳିରେ ୪ ମାଓବାଦୀ ନିହତ ହୋଇଥିବା କୁହାଯାଉଛି। ଘଟଣା ସ୍ଥଳରୁ ବିପୁଳ ମାଓ ସାମଗ୍ରୀ ସହ ବିସ୍ଫୋରକ ଜବତ ହୋଇଛି। ଏବେବି ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ୍ ଜାରି ରହିଛି। ବିଶେଷ ସୂତ୍ରରୁ ଖବର ପାଇ ଗାଙ୍ଗଲୁର ଥାନା ଅଂଚଳର ଧାମି ଗ୍ରାମ ନିକଟସ୍ଥ ଜଙ୍ଗଲରେ ଡ଼ିଆରଜି, ସିଆରପିଏଫ, କୋବ୍ରା, ବସ୍ତର ଫାଇଟର୍ସ, ବସ୍ତାରିୟା ବାଟାଲିୟନର ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ କରୁଥିବା ବେଳେ ନକ୍ସଲ ସହ ଗୁଳିବିନିମୟ ହୋଇଥିଲା। ଦୀର୍ଘ ସମୟ ଧରି ଗୁଳିବିନିମୟ ପରେ ନକ୍ସଲମାନେ ଛତ୍ରଭଙ୍ଗ ଦେଇଥିଲେ। ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ୍ ବେଳେ ୪ ଜଣ ନକ୍ସଲଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏନେଇ ବିଜାପୁର ଏସପି ଜିତେନ୍ଦ୍ର କୁମାର ଯାଦବ ନିଶ୍ଚିତ କରିଛନ୍ତି। ନକ୍ସଲ ନିପାତ ହେବା ସହ ସେମାନଙ୍କଠାରୁ ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ କରାଯାଇଥିବା ସେ କହିଛନ୍ତି।