ନୂଆଦିଲ୍ଲୀ– ଦେଶରେ ଗତ ୨୪ ଘଣ୍ଟାରେ ୪୧ହଜାର ୮୩୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୧,୬୪୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୫୯୩ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୧୬,୫୫,୮୨୪ ଓ ମୃତ୍ୟୁସଂଖ୍ୟା ୪,୨୪,୩୫୧ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୯,୨୫୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୦୮,୨୦,୫୨୧ରେ ପହଞ୍ଚିଛି। ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୧୦,୯୫୨।କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୪୭,୦୨,୯୮,୫୯୬ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁଲାଇ ୩୧ ତାରିଖ ସୁଦ୍ଧା ସମୁଦାୟ ୪୬,୮୨,୧୬,୫୧୦ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୭,୮୯,୪୭୨ଟି ନମୁନା।