ବରମୁଣ୍ଡା ବସ ଟର୍ମିନାଲ ପରିଦର୍ଶନ କଲେ ୫ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ

ଭୁବନେଶ୍ୱର: ଭୁବନେଶ୍ୱର ବରମୁଣ୍ଡା ବସ ଟର୍ମିନାଲ ପରିଦର୍ଶନ କଲେ ୫ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ । ପରିଦର୍ଶନ କରି ଡିସେମ୍ବର ୩୧ ସୁଦ୍ଧା ଟର୍ମିନାଲର କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେବା ସହିତ ନିର୍ମାଣକାରୀ ସଂସ୍ଥା ସହ କରିଛନ୍ତି ଆଲୋଚନା । ଆଇଟି ଭିତ୍ତିଭୂମି, ଯାତ୍ରୀଙ୍କ ସୁବିଧା ସହ ସୃଜନଶୀଳ ପରିବେଶ ସୃଷ୍ଟିକୁ ଗୁରୁତ୍ୱ ଦେଇଛନ୍ତି ପାଣ୍ଡିଆନ୍ । ଯାତ୍ରୀଙ୍କ ପାଇଁ ପର୍ଯ୍ୟାପ୍ତ ସୁବିଧା ସୃଷ୍ଟି କରିବାକୁ ନିର୍ମାଣକାରୀ ସଂସ୍ଥାକୁ ନିର୍ଦ୍ଦେଶ ଦିଆଯାଇଛି । ଯାତ୍ରୀ ବିଶ୍ରାମାଗାର, ସଠିକ ପରିମଳ ବ୍ୟବସ୍ଥା, ବସ୍ ରହିବାକୁ ପର୍ୟ୍ୟାପ୍ତ ସ୍ଥାନ, ଆହାର କେନ୍ଦ୍ର, ବିଦ୍ୟୁତ ଓ ଶୌଚାଳୟ ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି 5T ଅଧ୍ୟକ୍ଷ । ଟ୍ୟାକ୍ସି ସଂଘ, ବସ୍ ମାଲିକ ସଂଘ, OSRTCର ଅଧିକାରୀଙ୍କୁ ନିର୍ମାଣ କାମରେ ସାମିଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ପରିଦର୍ଶନ ସମୟରେ 5T  ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ସହ ବିଡିଏ ଉପାଧ୍ୟକ୍ଷ ବଲବନ୍ତ ସିଂ, ବିଏମସି ଅଧିକାରୀ, ବିଡିଏ ଅଧିକାରୀ ଉପସ୍ଥିତ ରହିଥିଲେ ।