(ସୌମ୍ୟ ରଞ୍ଜନ ସେଠୀ) : ରାୟଗଡ଼ା ଜିଲ୍ଲାର ବିଷମକଟକ ଠାରେ ନିର୍ମାଣାଧୀନ ପାଇଖାନା ଟାଙ୍କିରେ ପଡ଼ିଯିବାରୁ ଶ୍ୱାସରୁଦ୍ଧ ହୋଇ ୫ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ଓ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି।