କୋରାପୁଟ ନୌକା ଦୁର୍ଘଟଣାରେ 5 ଜଣ ବ୍ୟକ୍ତିଙ୍କ ମୃତ୍ୟୁ : ମୁଖ୍ୟମନ୍ତ୍ରୀଙ୍କ ଶୋକ
ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ଚାରି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ଗତକାଲି କୋରାପୁଟ ଜିଲ୍ଲାର ନନ୍ଦପୁର blockର ପାତାଳୀ ନଦୀରେ ଏକ ନୌକା ଦୁର୍ଘଟଣାରେ 5 ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ଚାରି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।