(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ରାଜ୍ୟରେ ଆଉ ୫୦ ଆକ୍ରାନ୍ତ ସୁସ୍ଥ । ଏହାକୁ ମିଶାଇ ରାଜ୍ୟରେ କୋରୋନା ଆକ୍ରାନ୍ତ ସୁସ୍ଥଙ୍କ ସଂଖ୍ୟା ୩୯୩ କୁ ବୃଦ୍ଧି ହୋଇଛି । ଏହି ସୁସ୍ଥଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ୨୨ ଜଣ , ବାଲେଶ୍ୱର ୧୫, ଭଦ୍ରକର ୫, ଯାଜପୁରର ୩, ବୌଦ୍ଧ ୩ , ମୟୂରଭଞ୍ଜର ଓ ରାଉରକେଲାରୁ ଜଣେ ଲେଖାଏଁ ସୁସ୍ଥ ହୋଇଥିବା ଜଣାପଡିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ସୁଚନାଯୋଗ୍ୟ ଯେ, ରାଜ୍ୟରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୧୦୩ ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୩୯୩ ଜଣ ସୁସ୍ଥ ହୋଇ ଘରକୁ ଫେରି ଥିବା ବେଳେ ରାଜ୍ୟରେ ୭୦୩ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ରହିଛନ୍ତି । ୭ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି ।