ଗତ ୨୪ ଘଣ୍ଟାରେ ରାଜ୍ୟରୁ ୫୩ କରୋନା ସଂକ୍ରମିତ ଚିହ୍ନଟ
ରାଜ୍ୟରେ ଦିନକୁ ଦିନ ପୁଣି ବୃଦ୍ଧି ପାଇବାରେ ଲାଗିଛି ଦୈନିକ କରୋନା ସଂକ୍ରମଣ।
(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ପୁଣି ବୃଦ୍ଧି ପାଇବାରେ ଲାଗିଛି ଦୈନିକ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରୁ ୫୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୫ ଜଣ ସଂକ୍ରମିତ ରହିଛନ୍ତି ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୯୫୦ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-
7. Sambalpur: 2
8. Sundargarh: 1
9. State Pool: 7New recoveries: 28
Cumulative tested: 31970167
Positive: 1288950
Recovered: 1279479
Active cases: 292— I & PR Department, Odisha (@IPR_Odisha) June 21, 2022
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୯୭୦୧୬୭ସାମ୍ପୁଲ ଟେଷ୍ଟ୍ ହୋଇଛି ।

ସୂଚନାନୁଯାୟୀ , ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୯୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୯୨ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୪୭୯ ଜଣ ସୁସ୍ଥ ହୋଇଛନ୍ତି ।