କମୁଛି ସଂକ୍ରମଣ: ରାଜ୍ୟରେ ୨୪ ଘଣ୍ଟାରେ ୫୫ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୦ ଜଣ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୩୭୮ ଜଣକୁ ବୃଦ୍ଧି ପାଇଛି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ବଲାଙ୍ଗୀର ଜିଲ୍ଲାରୁ ୯ ଜଣ, କଟକରୁ ୪ ଜଣ, ଦେବଗଡ଼ ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧାରୁ ୬ ଜଣ, କୋରାପୁଟ ଜିଲ୍ଲାରୁ ୧ ଜଣ, ମୟୂରଭଞ୍ଜରୁ ୨ ଜଣ,ବାଲେଶ୍ୱର ଜିଲ୍ଲାରୁ ୩ ଜଣ,ଗଜପତି ଜିଲ୍ଲାରୁ ୬ ଜଣ, ଗଞ୍ଜାମ ଜିଲ୍ଲାରୁ ୨ ଜଣ, ନୟାଗଡ଼ ଜିଲ୍ଲାରୁ ୧ ଜଣ, ସମ୍ୱଲପୁର ଜିଲ୍ଲାରୁ ୬ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ ଜଣ, ଯାଜପୁରରୁ ୫ ଜଣ ଓ ଷ୍ଟେଟପୁଲରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ସୂଚନା ଅନୁଯାୟୀ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୩୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏବେ ସୁଦ୍ଧା ରାଜ୍ୟରେ ୩୦୪୦୬୧୩୧ ସାମ୍ପୁଲ ଟେଷ୍ଟ୍ ହୋଇଛି । ଏଥି ମଧ୍ୟରୁ ୪୫୮ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୭୭୫୦ ଜଣ ସୁସ୍ଥ ହୋଇଛନ୍ତି ।