ଭୁବନେଶ୍ୱର- ରାଜଧାନୀରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ପୁଣୀ ୫୮ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ଭୁବନେଶ୍ୱରରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୫୬୩କୁ ବୃଦ୍ଧି ପାଇଛି । ସଚେତନତା ଓ ସଫେଇ କାର୍ଯ୍ୟକ୍ରମକୁ ବ୍ୟାପକ କରାଯାଇ ୫ହଜାର ୫ଶହ ୪୮ଟି ଘରେ ୨୩ ହଜାର ଲୋକଙ୍କ ଠାରୁ ତଥ୍ୟ ସଂଗ୍ରହ କରାଯାଇଛି । ୧୯ ଶହ ୮୪ଟି ସମ୍ଭାବ୍ୟ ମଶା ବୃଦ୍ଧି ସ୍ଥାନକୁ ହଟେଇବା ସହ ୬୪୩ ଟି ସ୍ଥାନରେ ଏଡିସ ମଶାର ଲାର୍ଭାକୁ ଚିହ୍ନଟ କରି ନଷ୍ଟ କରାଯାଇଥିବା ବିଏମସି ପକ୍ଷରୁ ସୂଚନା ମିଳିଛି ।