୫T ସଚିବଙ୍କ ବଡ଼ ଘୋଷଣା : ବ୍ୟାଙ୍କ ନୁହେଁ, ଏଣିକି ନିଜ ପଞ୍ଚାୟତରେ ମିଳିବ ମଧୁବାବୁ ଭତ୍ତା

କଟକ: କଟକ ଗସ୍ତରେ ୫ଟି ସଚିବ ଭିକେ ପାଣ୍ଡିଆନ ।ଆଠଗଡରେ ପହଞ୍ଚି ବିକାଶ କାର୍ଯ୍ୟର ସମିକ୍ଷା କରୁଛନ୍ତି ୫ଟି ସଚିବ । ଲୋକଙ୍କୁ ଭେଟି ଦରଖାସ୍ତ ଗ୍ରହଣ କରୁଛନ୍ତି ୫ଟି ସଚିବ । ଯେଉଁ ସବୁ ଦାବି ଅଛି ତାହା ଖୁବଶୀଘ୍ର ପୂରଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ସେହିପରି ଚାଷୀଙ୍କ ସମସ୍ୟାର ତୁରନ୍ତ ସମାଧାନ କରାଯିବ ବୋଲି କହିଛନ୍ତି ୫ଟି ସଚିବ । ଜନଶୁଣାଣୀ ସଭାରେ ବହୁ ସଂଖ୍ୟାରେ ମିଶନ ଶକ୍ତି ମାଆ ଓ କଲେଜ ଛାତ୍ରଛାତ୍ରୀ ସାମିଲ ହୋଇଥିଲେ । ମନ୍ଦିର, ମସଜିଦ ଓ ଚର୍ଚ୍ଚ କାମ ୭ ଦିନ ମଧ୍ୟରେ ଶେଷ ହେବ । ୧୬ ତାରିଖ ସୁଦ୍ଧା ଏଥିପାଇଁ ପ୍ରଥମ କିସ୍ତି ପାଇବେ ।

5T ସଚିବ କହିଛନ୍ତି, ସରକାରୀ କାର୍ୟ୍ୟକ୍ରମକୁ ନିଜ କାମ ଭଳି ଭାବ । ସେମିତି ଭାବିଲେ ଓଡ଼ିଶାର ଉନ୍ନତି ଦୌଡିବ । ଏଥିସହ ସେ କହିଛନ୍ତି, ବୟସ୍କ ଓ ଭିନ୍ନକ୍ଷମ ମଧୁବାବୁ ଭତ୍ତା ନିଜ ପଞ୍ଚାୟତରୁ ପାଇବେ । ବ୍ୟାଙ୍କ ଯିବାକୁ ପଡିବନି । ଅଗଷ୍ଟ ୧୫ ତାରିଖରୁ ଏହା ଲାଗୁ ହେବ । ଆଠଗଡ଼ ପରେ ନରସିଂହପୁର ହସ୍ପିଟାଲରେ ଡାଇଲିସିସ ସେଣ୍ଟର ବୁଲି ଦେଖିବା କାର୍ୟ୍ୟକ୍ରମ ରହିଛି । ଏହାପରେ ଚୌଦ୍ୱାରରେ ପହଞ୍ଚି ଗୋପବନ୍ଧୁ ନୋଡାଲ ହାଇସ୍କୁଲ ଖେଳ ପଡ଼ିଆରେ ଅଞ୍ଚଳବାସୀ ତାଙ୍କୁ ଭେଟିବେ । ନିଶ୍ଚିନ୍ତକୋଇଲି କୁଳିଆରେ ସାଧାରଣ ସଭାରେ ଯୋଗ ଦେବା କାର୍ୟ୍ୟକ୍ରମ ବି ରହିଛି । ସେଠାରୁ କଟକ ସହର ଉପର ବାଲିଯାତ୍ରା ପଡ଼ିଆରେ ପହଞ୍ଚି କଟକ ଜିଲ୍ଲାର କଲେଜ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବେ ଫାଇଭ୍ ଟି ସଚିବ ଭି କେ ପାଣ୍ଡିଆନ ।