ମାଲକାନଗିରି (ସୂର୍ଯ୍ୟକାନ୍ତ ବେହେରା): ମାଲକାନଗିରି ସୀମାନ୍ତରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ପୋଲିସ ଏନକାଉଣ୍ଟରରେ ୬ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଏଥିସହିତ ଘଟଣାସ୍ଥଳରୁ ୭ଟି ବନ୍ଧୁକ ସହ ବହୁ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ମାଲକାନଗିରି ସୀମାନ୍ତ ଆନ୍ଧ୍ର ପ୍ରଦେଶ ବିଶାଖାପାଟଣା ଜିଲ୍ଲା ଥିଗାଲମେଟ୍ଟା ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । କୋୟୁର ମଣ୍ଡଳର ଥିଗାଲମେଟ୍ଟା ଘଞ୍ଚ ଜଙ୍ଗଲରେ ମାଓବାଦୀଙ୍କ ଗତିବିଧି ନେଇ ସୂଚନା ମିଳିବା ପରେ ପୋଲିସ ସକାଳୁ ସକାଳୁ ଆରମ୍ଭ କରିଥିଲା ସର୍ଚ୍ଚ ଅପରେସନ । ଏବେ ପର୍ଯ୍ୟନ୍ତ ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଥିବା ଜଣାଯାଇଛି ।