ଗତ ୨୪ ଘଣ୍ଟାରେ ରାଜ୍ୟରୁ ୬୨ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଦିନକୁ ଦିନ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି କରୋନା ମିଟର

(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି କରୋନା ମିଟର । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୬୨ କରୋନା ସଂକ୍ରମିତ ଚିହ୍ନଟ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୪ ଜଣ ସଂକ୍ରମିତ ରହିଛନ୍ତି ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୯୧୯୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-

 

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୦୨୨୭୨୩ସାମ୍ପୁଲ ଟେଷ୍ଟ୍ ହୋଇଛି ।

ସୂଚନାନୁଯାୟୀ , ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୯୧୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୧୦ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୬୦୨ ଜଣ ସୁସ୍ଥ ହୋଇଛନ୍ତି ।