ବାରିପଦାରେ ୬୭ତମ ପୋଲିସ ଶହୀଦ ଦିବସ ପାଳିତ

ବାରିପଦା: ମୟୂରଭଞ୍ଜ ଜିଲ୍ଲା ସଦର ମହକୁମା ବାରିପଦାସ୍ଥିତ ପୋଲିସ ପଡ଼ିଆରେ ୬୭ତମ ପୋଲିସ ଶହୀଦ ଦିବସ ପାଳିତ ହୋଇଛି। ଏହି ଅବସରରେ କର୍ତ୍ତବ୍ୟ ସମ୍ପାଦନ ବେଳେ ଦେଶ ପାଇଁ ପ୍ରାଣବଳି ଦେଇଥିବା ବୀର ପୋଲିସ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି।

ମୟୂରଭଞ୍ଜ ପୋଲିସ ଜିଲ୍ଲାର ଏସ୍‌ପି ବରୁଣ ଗୁଣ୍ଟୁପାଲି ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଭିନ୍ନ କ୍ଷେତ୍ରରେ ଶହୀଦ ହୋଇଥିବା ବୀର ଯବାନଙ୍କ ନାମ ପାଠ କରିବା ସହ ସେମାନଙ୍କ ସ୍ମୃତିଚାରଣ କରିଥିଲେ। ଦେଶ ଓ ଜନସାଧାରଣଙ୍କ ସୁରକ୍ଷା ପାଇଁ ପ୍ରାଣବଳି ଦେଇଥିବା ଏହି ବୀର ଯବାନଙ୍କ ତ୍ୟାଗ ଓ ବଳିଦାନକୁ ସମ୍ମାନ ଜଣାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା।

ମୟୂରଭଞ୍ଜ ଜିଲ୍ଲା ପୋଲିସ ପ୍ରଶାସନର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି ସମାରୋହରେ ଜିଲ୍ଲାର ବହୁ ବରିଷ୍ଠ ପୋଲିସ ଅଧିକାରୀ ଯୋଗଦେଇ ଶହୀଦ ଯବାନଙ୍କ ପ୍ରତି ସମ୍ମାନ ଜଣାଇଥିଲେ।