ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲପାଳ ସୂର୍ୟ୍ୟନାରାୟଣ ଦାଶ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ହେମନ୍ତ କୁମାର ପାଢ଼ୀ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧୧୭ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୧୦୬ ଗୋଟି, ସାମୁହିକ ଦରଖାସ୍ତ ୦୯ ଗୋଟି ରହିଥିବା ବେଳେ,୦୨ ଟି ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ସାହାଯ୍ୟ ନିମନ୍ତେ ଗ୍ରହଣ କରାଯାଇଛି । ସୂଚନାଯୋଗ୍ୟ ଯେ ଗ୍ରହଣ କରାଯାଇଥିବା ୧୧୭ ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୬୯ ଗୋଟି ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିଲା । ଏହାସହ ଅନ୍ୟାନ୍ୟ ୪୮ଟି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ ଗୁଡିକୁ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି। ବି ଡି ଓ, ତ୍ରିପୁର ମହାନନ୍ଦିଆଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ୟ୍ୟକ୍ରମ ରେ ପିଡି. ଡି.ଆର.ଡି.ଏ- ଡୋଳାମଣି ପଟେଲ, ଉପ ଜିଲ୍ଲାପାଳ, ସୋନପୁର ଶ୍ରୀ ନିହାର ରଞ୍ଜନ କଁହର, ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ପ୍ରମୁଖ ଯୋଗଦାନ କରିଥିଲେ ।