ଭୁବନେଶ୍ଵର: ପ୍ରଧାନମନ୍ତ୍ରୀ ମୋଦିଙ୍କ ୭୫ତମ ଜନ୍ମଦିନରେ ଲଗାଯିବ ୭୫ ଲକ୍ଷ ଗଛ । ଆସନ୍ତା ସେପ୍ଟେମ୍ବର ୧୭ ତାରିଖରେ ମୋଦିଙ୍କ ଜନ୍ମଦିନରେ ଲଗାଯିବ ୭୫ ଲକ୍ଷ ଗଛ । ଦିନକରେ ୭୫ ଲକ୍ଷ ଗଛ ଲଗାଇ ଓଡ଼ିଶାବାସୀଙ୍କ ପକ୍ଷରୁ ଦିଆଯିବ ଉପହାର । ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ତେବେ ଜୁନ୍ ୫ରୁ ସେପ୍ଟେମ୍ବର ୩୦ ଯାଏଁ ଏକ୍ ପେଡ୍ ମା’କେ ନାମ୍ର ୨ୟ ସଂସ୍କରଣ । ଦ୍ବିତୀୟ ସଂସ୍କରଣରେ ସର୍ବନିମ୍ନ ୭.୫ କୋଟି ଚାରା ରୋପଣ ପାଇଁ ଲକ୍ଷ୍ୟ ରଖାଯାଇଛି । ଓଡ଼ିଶା ୬.୭୨ କୋଟି ଗଛ ଲଗାଇ ସାରା ଦେଶରେ ଚତୁର୍ଥ ସ୍ଥାନ ପାଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
ଆଜି ଲୋକସେବା ଭବନରେ ଏକ୍ ପେଡ୍ ମା କେ ନାମ୍ ଅଭିଯାନ ସମ୍ପର୍କରେ ଏକ ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି। ଓଡିଶାର ବିକାଶ ପ୍ରତି ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା, ଓଡିଶାବାସୀଙ୍କ ପ୍ରତି ସଦିଚ୍ଛାର ସମ୍ମାନ ଜଣାଇ ଏକ୍ ପେଡ୍ ମା କେ ନାମ୍ ଅଭିଯାନରେ ସେପ୍ଟେମ୍ବର ୧୭ ତାରିଖରେ ଓଡିଶାରେ ଗୋଟିଏ ଦିନରେ ଲାଗିବ ୭୫ ଲକ୍ଷ ଗଛ। ଏହା ହେବ ପ୍ରଧାନମନ୍ତ୍ରୀଙ୍କ ପ୍ରତି ଓଡିଶାବାସୀଙ୍କ ଉପହାର ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।