ଗତ ୨୪ ଘଣ୍ଟାରେ ରାଜ୍ୟରୁ ୭ କରୋନା ସଂକ୍ରମିତ ଚିହ୍ନଟ
ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ ।
(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ୦୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୦୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-
New recoveries: 7
Cumulative tested: 31258776
Positive: 1288024
Recovered: 1278767
Active cases: 80— I & PR Department, Odisha (@IPR_Odisha) April 28, 2022
ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୦୨୪ ଜଣକୁ ବୃଦ୍ଧି ପାଇଛି। ଏବେ ସୁଦ୍ଧା ରାଜ୍ୟରେ ୩୧୨୫୮୭୭୬ସାମ୍ପୁଲ ଟେଷ୍ଟ୍ ହୋଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୦୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୦ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୭୬୭ ଜଣ ସୁସ୍ଥ ହୋଇଛନ୍ତି ।