ଗତ ୨୪ ଘଣ୍ଟାରେ ରାଜ୍ୟରୁ ୭୩ କରୋନା ସଂକ୍ରମିତ ଚିହ୍ନଟ
ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ଦୈନିକ କରୋନା ମିଟର ।
(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ଦୈନିକ କରୋନା ମିଟର । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୭୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୧ ଜଣ ସଂକ୍ରମିତ ରହିଛନ୍ତି ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୯୫୦ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-
7. Sambalpur: 1
8. Sundargarh: 3
9. State Pool: 10New recoveries: 36
Cumulative tested: 31996224
Positive: 1289068
Recovered: 1279535
Active cases: 354— I & PR Department, Odisha (@IPR_Odisha) June 23, 2022
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୯୯୬୨୨୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

ସୂଚନାନୁଯାୟୀ , ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୯୦୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୫୪ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୫୩୫ ଜଣ ସୁସ୍ଥ ହୋଇଛନ୍ତି ।