(ଅନୁସ୍ୱୟା)ଭୁବନେଶ୍ୱର: ଆସନ୍ତାକାଲି ଦିନିକିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ପ୍ରାୟ ଏକ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିବାର କାର୍ୟ୍ୟକ୍ରମ ରହିଛି । ଏହାସହ ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବକୁ ଉଦ୍ଘାଟନ କରିବା ସହ ଏକ ସାଧାରଣ ସଭାରେ ଉଦ୍ବୋଧନ ଦେବେ ମୁଖ୍ୟମନ୍ତ୍ରୀ । କାଲି ମୁଖ୍ୟମନ୍ତ୍ରୀ ସାଢ଼େ ୧୧ଟାରେ ସୁନ୍ଦରଗଡ ହେଲିପ୍ୟାଡରେ ପହଁଞ୍ଚିବା ପରେ ୧୧ଟା ୩୪ ମିନିଟ୍ରେ ସାଧାରଣ ସଭାରେ ଯୋଗ ଦେବେ। ପରେ ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ପ୍ରସ୍ତୁତି ଶେଷ ହୋଇଛି।