ମାସ୍କ ଓ ସାନିଟାଇଜର ଅତ୍ୟାବଶ୍ୟକ ସାମଗ୍ରୀ : ରାଜ୍ୟ ସରକାର

(ମୃତ୍ୟୁଞ୍ଜୟ ଭୋଇ)ଭୁବନେଶ୍ୱର: ସାରା ବିଶ୍ୱରେ ଆତଙ୍କରାଜ ଚଳାଇଛି କରୋନା। ଏହାକୁ ନେଇ ସାରା ଦେଶରେ ସଚେତନ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଉଛି । ତେବେ ମାସ୍କ ଓ ସାନିଟାଇଜରକୁ ଅତ୍ୟାବଶ୍ୟକ ସାମଗ୍ରୀ ଭାବରେ ଘୋଷଣା କରିଛନ୍ତି ସରକାର। କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ପରେ ରାଜ୍ୟ ଯୋଗାଣ ବିଭାଗ ଏନେଇ ବିଜ୍ଞପ୍ତି ପ୍ରକାଶ କରିଛନ୍ତି।
ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛି ବିଭାଗ। ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଅନୁଯାୟୀ ଜୁନ ୩୦ ପର୍ୟ୍ୟନ୍ତ ମାସ୍କ ଓ ହ୍ୟାଣ୍ଡ ସାନିଟାଇଜରକୁ ଅତ୍ୟାବଶ୍ୟକ ସାମଗ୍ରୀ ଭାବେ ଘୋଷଣା କରାଯାଇଛି। ଏହାର ଅଭାବୀ ବିକ୍ରି ଏବଂ କଳାବଜାରୀକୁ ଦୃଢହସ୍ତରେ ଦମନ କରିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ସୂଚନାଥାଉକି, ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଅନ୍ତର୍ଗତ ଯଥେଷ୍ଟ ପରିମାଣରେ ଏସବୁ ସାମଗ୍ରୀ ମହଜୁଦ କରିବା ଲାଗି ରାଜ୍ୟଗୁଡିକ ଉତ୍ପାଦକାରୀ କମ୍ପାନୀଗୁଡିକୁ ଦେଇପାରିବେ ନିର୍ଦ୍ଦେଶ। ଉତ୍ପାଦନ, ବଣ୍ଟନ, ଗୁଣବତ୍ତା ଉପରେ ରହିବ ସରକାରୀ ନିୟନ୍ତ୍ରଣ।