ଜୁନ ୧୭ ପରେ ଯେ କୌଣସି ସମୟରେ ପରୀକ୍ଷା ହେବ: ମନ୍ତ୍ରୀ

(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ଲକଡାଉନ ପରେ ହେବ ବିଶ୍ୱବିଦ୍ୟାଳୟ ସ୍ତରରେ ସମସ୍ତ ପରୀକ୍ଷା । ୟୁଜିସି ଗାଇଡଲାଇନକୁ ତଜର୍ମା କରିବା ପରେ ନିଷ୍ପତି ନିଆଯିବ ବୋଲି କହିଥିଲେ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ । ୟୁଜିସିର ଗାଇଡ୍‌ଲାଇନ୍ସକୁ ନେଇ ସେ ପ୍ରତିକ୍ରିୟା ରଖି କହିଛନ୍ତି, “ତର୍ଜମା ହେବ, ଓଡ଼ିଶା ପରିପ୍ରେକ୍ଷୀରେ ଯାହା ଠିକ୍ ହେବ, ତାହା ଆମେ କରିବୁ। ଏନେଇ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରାଯିବ। ଜୁନ୍ ୧୭ ପରେ ଯେକୌଣସି ସମୟରେ ପରୀକ୍ଷା ହେବ। ଏଥିପାଇଁ ଛାତ୍ରଛାତ୍ରୀ ପ୍ରସ୍ତୁତ ରୁହନ୍ତୁ। ଲକ୍‌ଡାଉନ୍‌କୁ ଛାତ୍ରଛାତ୍ରୀ ସୁଯୋଗ ଭାବେ ଗ୍ରହଣ କରନ୍ତୁ” ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି। ତେଣୁ ଛାତ୍ରଛାତ୍ରୀ ପାଠପଢାରେ ମନୋନିବେଶ କରନ୍ତୁ ବୋଲି ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି । ଯେଉଁ ରାଜ୍ୟରେ କରୋନା ସଂକ୍ରମଣର ପ୍ରଭାବ କମ୍ ରହିଛି କିମ୍ବା ପରିସ୍ଥିତି ସ୍ୱାଭାବିକକୁ ଫେରିଛି ସେହି ରାଜ୍ୟରେ, ଜୁଲାଇ ମାସରେ ପରୀକ୍ଷା ହେବ। ଏଭଳି ନିଷ୍ପତ୍ତି ନେଇଥିବା ଖବର ସରବରାହ ସଂସ୍ଥା ପିଟିଆଇ ପକ୍ଷରୁ ସୂଚନା ଦିଆଯାଇଛି।