(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ରାଜ୍ୟରେ ଆଉ ଜଣେ କୋରୋନା ଆକ୍ରାନ୍ତ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ୧୦୬ ପହଞ୍ଚିଛି ଆକ୍ରାନ୍ତଙ୍କ ସଂଖ୍ୟା । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଏହି କୋରୋନା ଆକ୍ରାନ୍ତ ମୟୂରଭଞ୍ଜ ଜିଲ୍ଲାରୁ ଚିହ୍ନଟ ହେଇଥିବା ଜଣାପଡିଛି । ଏହାକୁ ମିଶାଇ ମୟୂରଭଞ୍ଜ ଜିଲ୍ଲାରେ ୪ କୁ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା । ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ଜଣାପଡି ନ ଥିବା ବେଳେ ତାଙ୍କର କଣ୍ଟାକ୍ଟ ଟ୍ରେସିଂ ଚାଲିଛି । ଆଜି ଗୋଟିଏ ଦିନରେ ରାଜ୍ୟରେ ୨୧ଟି କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରୁ କେବଳ ୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପୂର୍ବରୁ ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ପୁଣି ଆଉ ଜଣେ ଆକ୍ରାନ୍ତ ମୟୂରଭଞ୍ଜ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ଚିହ୍ନଟ ହୋଇଥିବା ୩ ଜଣ ପୁରୁଷ । ସେମାନେ ସମସ୍ତେ ସୁରତରୁ ଫେରି କ୍ୱାରେଣ୍ଟାଇନରେ ଥିଲେ । ସେହିଭଳି ଗଞ୍ଜାମରେ ୧୭ ଆକ୍ରାନ୍ତ ସମସ୍ତ ସୁରତରୁ ଫେରିଥିଲେ । କ୍ୱାରେଣ୍ଟାଇନରେ ଥିବା ବେଳେ ରକ୍ତ ନମୁନା ଟେଷ୍ଟ ପରେ ପଜେଟିଭ ରିପୋର୍ଟ ଆସିଥିଲା । ଏହାକୁ ମିଶାଇ ରାଜ୍ୟରେ ୨୦୬ ରେ ପହଞ୍ଚିଛି ଆକ୍ରାନ୍ତଙ୍କ ସଂଖ୍ୟା । ସେମାନଙ୍କ ମଧ୍ୟରୁ ୬୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୪୨ ଜଣ ଆକ୍ରାନ୍ତ ରାଜ୍ୟର ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏଯାବତ ରାଜ୍ୟରେ ୫୦ ହଜାର ୫୧୪୧ କୋରୋନା ସାମ୍ପଲ ଟେଷ୍ଟ ହୋଇଛି । ଗତକାଲି ମୋଟ ୩୦୬୦ଟି ସାମ୍ପଲ ଟେଷ୍ଟ କରାଯାଇଛି ।