୧୦୧ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ସରକାର

(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ରାଜ୍ୟରେ ଗୋଟିଏ ଦିନରେ ୧୦୧ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ୫୩୮ ରେ ପହଞ୍ଚିଛି ଆକ୍ରାନ୍ତଙ୍କ ସଂଖ୍ୟା । ଏ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଏହି ୧୦୧ ଆକ୍ରାନ୍ତ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର । ଚିହ୍ନଟ ୧୦୧ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ଆଉ ୫୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ବାଲେଶ୍ୱରରୁ ୩୩, ସୁନ୍ଦରଗଡ଼ରୁ ୭, ଯାଜପୁରରୁ ୭ ଏବଂ କେନ୍ଦୁଝରରୁ ୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ଗଞ୍ଜାମରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୧୦ରେ ପହଞ୍ଚିଛି । ସେହିପରି ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟାରେ ୯୦ରେ ପହଞ୍ଚିଛି । ଆକ୍ରାନ୍ତଙ୍କ ମଧ୍ୟରୁ ୭୯ଜଣ ଚିକିତ୍ସାଧୀନ ଥିବାବେଳେ ୧୧ଜଣ ସୁସ୍ଥ ହୋଇଛନ୍ତି । ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୭୧ରେ ପହଞ୍ଚିଛି । ସୁନ୍ଦରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଛି। କେନ୍ଦୁଝରରେ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଞ୍ଚିଛି । ରାଜ୍ୟରେ ୫୩୮ ଆକ୍ରାନ୍ତଙ୍କ ମଧ୍ୟରୁ ୪୧୯ ଜଣ ଚିକିତ୍ସାଧୀନ ଥିବାବେଳେ ୧୧୬ ଜଣ ସୁସ୍ଥ ହୋଇଛନ୍ତି । ୩ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।