ରାଜ୍ୟରେ ଆମ ୨୭ ଆକ୍ରାନ୍ତ ସୁସ୍ଥ

(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ରାଜ୍ୟରେ ଆଉ ୨୭ ଆକ୍ରାନ୍ତ ସୁସ୍ଥ ହେଲେ । ଏହାକୁ ମିଶାଇ ରାଜ୍ୟରେ ୧୪୩ ପହଞ୍ଚିଛି ସୁସ୍ଥଙ୍କ ସଂଖ୍ୟା । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି ୨୭ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ-୯, ଭୁବନେଶ୍ୱର-୮, ଭଦ୍ରକ-୪, ସୁନ୍ଦରଗଡ-୨, ଗଞ୍ଜାମ-୨, କୋରାପୁଟ-୧ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଆକ୍ରାନ୍ତ ବ୍ୟକ୍ତି ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୩୮ ଥିବା ବେଳେ ସେମାନଙ୍କ ମଧ୍ୟରୁ ୧୪୩ଜଣ ସୁସ୍ଥ ହୋଇଛନ୍ତି ଓ ୩ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ଓଡ଼ିଶାରେ କରୋନାରେ ୩୯୨ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି ।