ସ୍ୱାଧୀନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକଙ୍କ ପରଲୋକ

(ରିପୋଟର୍ସ ଟୁଡ/ଭୁବନେଶ୍ୱର): ବିଶିଷ୍ଠ ସ୍ୱାଧୀନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୯୮ ବର୍ଷ ବୟଷ ହୋଇଥିଲା । ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ତାଙ୍କ ବିୟୋଗ ହୋଇଥିଲା । ସ୍ୱାଧୀନତା ସଂଗ୍ରାମ ଭବାନୀ ଚରଣ ପଟ୍ଟନାୟକ ୧୯୨୨ ମସିହା ମେ ମାସ ୧୧ ତାରିଖରେ ପୁରୀ ଜିଲ୍ଲା ନିମାପଡା ଠାରେ ଜନ୍ମ ଗ୍ରହଣ କରିଥିଲେ । ଶ୍ରୀଯୁକ୍ତ ପଟ୍ଟନାୟକ ମହାତ୍ମାଗାନ୍ଧୀଙ୍କ ଆଦର୍ଶରେ ୧୯୪୨ ମସିହାରେ ସତ୍ୟାଗ୍ରହ ଆନ୍ଦୋଳନରେ ଯୋଗ ଦେଇଥିଲେ । ୧୯୬୧, ୧୯୬୬ ଏବଂ ୧୯୭୮ ମସିହାରେ ୩ ଥର ଲୋକସଭା ଏବଂ ରାଜ୍ୟସଭା ସାଂସଦ ଭାବେ କାର୍ୟ୍ୟ କରିଛନ୍ତି । ୨୦୧୮ରେ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା। ଏଥିସହିତ ସେ ତିନିଥର ସାଂସଦ ହୋଇଛନ୍ତି । ତାଙ୍କ ବିୟୋଗରେ ସାରା ଓଡ଼ିଶାରେ ଶୋକର ଛାୟା ଖେଳିଯାଇଛି।