ସରପଞ୍ଚ, ଅଙ୍ଗନୱାଡି ଓ ଆଶା କର୍ମୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର କରୋନା ପଜିଟିଭ ସରପଞ୍ଚ, ଆଶା ଓ ଅଙ୍ଗନୱାଡି କର୍ମୀଙ୍କ ସହ ଟେଲିଫୋନ ଯୋଗେ କଥା ହୋଇଛନ୍ତି । ଗାଁରେ ଘର ଘର ବୁଲି ଏମାନେ ଲୋକଙ୍କୁ ସଚେତନ କରାଇବା ସହ ସଂଘରୋଧ କେନ୍ଦ୍ରରେ ସେବା ଯୋଗାଇ ଆସୁଛନ୍ତି । ଏହାରି ଭିତରେ ଏମାନଙ୍କ ମଧ୍ୟରୁ କେତେଜଣ କରୋନା ଯୋଦ୍ଧା କୋଭିଡ୍ ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଛନ୍ତି । ଏହି ସଂକ୍ରମିତ କରୋନା ଯୋଦ୍ଧାମାନଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେମାନଙ୍କ ତ୍ୟାଗ ଓ ଉତ୍ସର୍ଗୀକୃତ ସେବା ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଅର୍ପଣ କରିଛନ୍ତି ।