୧୯ ଜିଲ୍ଲାରୁ ୧୫୬ କରୋନା ରୋଗୀ ଚିହ୍ନଟ

ଆଜି ରାଜ୍ୟରେ ଆଉ ୧୫୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧୦୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି ।

କେନ୍ଦ୍ରାପଡ଼ା ଜିଲ୍ଲାରୁ ସର୍ବାଧିକ ୫୦ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୨୦, ଗଞ୍ଜାମରୁ ୧୭, ଜଗତସିଂହପୁରରୁ ୧୪, ଯାଜପୁରରୁ ୧୧ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେହିପରି କନ୍ଧମାଳ ଜିଲ୍ଲାରୁ ୯, ଭଦ୍ରକ ଜିଲ୍ଲାରୁ ୭, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, ନୂଆପଡ଼ା, ମୟୂରଭଞ୍ଜ, ବରଗଡ଼, ସୋନପୁରରୁ ୩ ଲେଖାଏଁ ଆକ୍ରାନ୍ତ, ବଲାଙ୍ଗିର ଓ ସମ୍ବଲପୁରରେ ୨ ଜଣ ଲେଖାଏଁ ଏବଂ ବୌଦ୍ଧ, କେନ୍ଦୁଝର, ମାଲକାନଗିରିରୁ ଜଣେ ଲେଖାଏଁ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ।