(ରିପୋଟର୍ସ ଟୁଡେ/ଭୁବନେଶ୍ୱର): କେରଳ ଛୁଇଁଛି ଦକ୍ଷିଣ -ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ ପ୍ରଭାବରେ କେରଳରେ ବର୍ଷା ଆରମ୍ଭ ହୋଇଯାଇଛି । ଆଜି ସକାଳେ ମୌସୁମୀ ଛୁଇଁଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଠିକ ସମୟରେ କେରଳରେ ମୌସୁମୀ ବାୟୁ ଛୁଇଁଛି । କିନ୍ତୁ ପୂର୍ବରୁ ଭାରତକୁ ମୌସୁମୀ ଡ଼େରିରେ ଆସିବ ବୋଲି ସୂଚନା ରହିଥିଲା । ଚଳିତ ଥର ବାତ୍ୟା ‘ଅମ୍ପନ୍’ ଯୋଗୁ ମୌସୁମୀ ବାୟୁ ପହଞ୍ଚିବାରେ ବିଳମ୍ବ ହୋଇପାରେ ବୋଲି କୁହାଯାଇଥିଲା ଏବଂ ଜୁନ୍ ୧ ରୁ ୫ ମଧ୍ୟରେ ମୌସୁମୀ ପହଞ୍ଚିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଥିଲା । କିନ୍ତୁ ଏଥର ମଧ୍ୟ ଠିକ୍ ସମୟରେ ଅର୍ଥାତ ଜୁନ୍ ପହିଲାରେ ହିଁ କେରଳକୁ ଛୁଇଁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । କେରଳରେ ପ୍ରବଳ ବର୍ଷା ସାଙ୍ଗକୁ ଆଇଏମଡି ୯ଟି ଜିଲ୍ଲା ପାଇଁ ୟେଲୋ ୱାଣ୍ଣିଂ ଜାରି ହୋଇଛି ।