(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ଜୁଲାଇ ୩୧ ଯାଏ ରାଜ୍ୟର ସମସ୍ତ ସ୍କୁଲ, କଲେଜ ଓ କୋଚିଂ ସେଣ୍ଟର ବନ୍ଦ ରହିବ । ଏ ନେଇ ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି । କରୋନା ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶରେ ଜୁନ୍ ୩୦ ଯାଏ ଲକ୍ଡାଉନ୍ ଅବଧି ବୃଦ୍ଧି କରାଯାଇଛି । ଏହାସହ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ନୂଆ ଗାଇଡଲାଇନ୍ସ ମଧ୍ୟ ଜାରି ହୋଇଛି । ଗାଇଡ୍ଲାଇନ୍ସ ଅନୁସାରେ ଜୁଲାଇରେ ସ୍କୁଲ ଖୋଲିବାକୁ ଅନୁମତି ଅଛି । ପୂର୍ବରୁ ରାଜ୍ୟରେ ଜୁନ୍ ୧୭ରୁ ସ୍କୁଲ୍ ଖୋଲିବା ନେଇ ନିଷ୍ପତ୍ତି ନିଆଯାଇଥିଲା ।