(ରିପୋର୍ଟସଟୁଡେ): ଗତକାଲି ବିଳମ୍ବିତ ରାତିରେ ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ଅନ୍ତର୍ଗତ ଓଳାଶ ଗାଁରେ ନିଆଁରେ ପୋଡ଼ି ହୋଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଘରଟି ମଧ୍ୟ ସମ୍ପୂର୍ଣ୍ଣ ଜଳି ଯାଇଛି। ମୃତକ ହେଲେ ନିତ୍ୟାନନ୍ଦ ଗୋଛାୟତ। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ। ଗତକାଲି ବିଳମ୍ବିତ ରାତିରେ ନିତ୍ୟାନନ୍ଦ ଶୋଇଥିବାବେଳେ ଘରେ ନିଆଁ ଲାଗି ଯାଇଥିଲା। ଅଗ୍ନିକାଣ୍ଡର କାରଣ ଜଣାପଡ଼ିନାହିଁ।