ରାଜ୍ୟରେ ୪୮୦ କରୋନା ପଜିଟିଭ ଚିହ୍ନଟ

ଭୁୁବନେଶ୍ୱର/ ସଞ୍ଜୁ- ରାଜ୍ୟରେ ଆଜି ୪୮୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୭୬ ଜଣ କ୍ୱାରେଣ୍ଟାଇନରୁ ଥିବାବେଳେ ୨୦୪ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୯,୫୮୩ ରେ ପହଞ୍ଚିଥିବାବେଳେ  ୩,୧୨, ୭୩୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ସାରିଲେଣି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି ।