୨୬ରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ‘ୟାସ୍, ୨୩-୨୭ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ବାରଣ
ଆସନ୍ତା ୨୬ ତାରିଖରେ ବାତ୍ୟା ସ୍ଥଳଭାଗ ଛୁଇଁପାରେ । ଆସନ୍ତା ୨୫ ତାରିଖ ସନ୍ଧ୍ୟାରୁ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ତଥା ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିପାରେ ।
(ଭୁବନେଶ୍ୱର) : ୨୬ରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ‘ୟାସ୍। କେତେ ଶକ୍ତିଶାଳୀ ରହିବ କି ରୂପ ନେବ, କିଭଳି ପ୍ରକୋପ ଦେଖାଇବତାହା ଆକଳନ ହୋଇନଥିବା ବେଳେ ଏନେଇ ଅନୁମାନ କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ।
ଏସଆରସି କହିଛନ୍ତି ଯେ,ଆସନ୍ତା ୨୬ ତାରିଖରେ ବାତ୍ୟା ସ୍ଥଳଭାଗ ଛୁଇଁପାରେ । ଆସନ୍ତା ୨୫ ତାରିଖ ସନ୍ଧ୍ୟାରୁ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ତଥା ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିପାରେ । ପବନର ଝଟ୍କା ୬୦ କିମି ଛୁଇଁପାରେ । ୨୬ ତାରିଖବେଳକୁ ପବନ ଆହୁରି ଶକ୍ତିଶାଳୀ ହୋଇଯିବ । ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀଙ୍କୁ ୨୩ରୁ ୨୭ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଗଭୀର ସମୁଦ୍ର ଭିତରକୁ ମାଛ ଧରିବାକୁ ଯାଇଥିବା ମତ୍ସ୍ୟଜୀବୀମାନେ ୨୩ ତାରିଖ ସୁଦ୍ଧା ଉପକୂଳକୁ ଫେରି ଆସିବା ପାଇଁ ପରାମର୍ଶ ଦିଆଯାଇଛି ।