ଭୁବନେଶ୍ୱର– ରାଜ୍ୟରେ ଅଧିକାଂଶ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି । କିନ୍ତୁ ଆଗାମୀ ଦୁଇ ଦିନ ପାଗ ଶୁଖିଲା ରହିବ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଆଗାମୀ ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଏବଂ ନୂଆପଡାରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ବେଳେ ୨୧ ଜିଲ୍ଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଏବଂ କଳାହାଣ୍ଡିରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।ଆସନ୍ତା ୨ ଦିନ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ । ୩୦ ତାରିଖ ଆଡ଼କୁ ରାଜ୍ୟର କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ସେଦିନ ବିଶେଷ କରି ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକ ଯଥା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଜଗପତି, ଗଞ୍ଜାମ, କନ୍ଧମାଳ ଆଦି ଜିଲ୍ଲା ସମେତ ନୟାଗଡ଼, ଖୋର୍ଧା, କଟକ, ପୁରୀ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ ।