ଭୁବନେଶ୍ୱର– ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭୀନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ବ୍ରଜପାତ ହେବାର ସମ୍ଭାବନା ରହିଛି । ଏନେଇ ଭାରତୀୟ ପାଣିପାଗ ସୂଚନା ଦେଇଛନ୍ତି ।ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, କନ୍ଧମାଳ, ବୌଦ, କଳାହାଣ୍ଡି ଏବଂ ଗଞ୍ଜାମ । ଏହି ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି ମଧ୍ୟ କରାଯାଇଛି । ଏହା ମଧ୍ୟରୁ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ସେହିଭଳି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି। ଏହିସବୁ ସ୍ଥାନରେ ଆଇଏମ୍ଡି ୟେଲୋ ୱାର୍ଣ୍ଣିଂ ଜାରି କରିଛି।