ଆସନ୍ତା ୪ ଦିନ ପ୍ରବଳ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର-ରାଜ୍ୟରେ ଆସନ୍ତା ୪ ଦିନ ବିଭିନ୍ନ ଜିଲ୍କାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ ପାଇଛି । ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ସେହିପରି ଆସନ୍ତା ୧୨ରୁ ୧୩ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।ଏତଦ ବ୍ୟତୀତ ୧୩ରୁ ୧୪ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଯାବତ ଚାନ୍ଦବାଲି ଓ କଟକରେ ସର୍ବାଧିକ ତାପମାତ୍ରା ୩୫.୬ ଡିଗ୍ରି ସେଲସିୟସ ଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୮.୫ ଡିଗ୍ରି ସେଲସିୟସ ରହିଛି।