ଦିନ ୧ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷାଫଳ

ଭୁବନେଶ୍ବର: ଆଜି ଦିନ ଗୋଟାଏ ବେଳେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) କାର୍ୟ୍ୟାଳୟରେ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷାଫଳ ପ୍ରକାଶ ପାଇବ। ଏନେଇ ପରୀକ୍ଷା ନିୟନ୍ତ୍ରକ ବିଜୟ ସାହୁ ସୂଚନା ଦେଇଛନ୍ତି। ଦିନ ଗୋଟାଏ ବେଳେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) କାର୍ୟ୍ୟାଳୟରେ ରେଜଲ୍ଟ ପ୍ରକାଶ ପାଇବ ବୋଲି ପରୀକ୍ଷା ନିୟନ୍ତ୍ରକ ବିଜୟ ସାହୁ ସୂଚନା ଦେଇଛନ୍ତି। www.orissaresults.nic.in ୱେବ୍‌ସାଇଟ୍‌ରେ ରେ ଛାତ୍ରଛାତ୍ରୀମାନେ ସେମାନଙ୍କ ରେଜଲ୍ଟ ପାଇପାରିବେ। ଉକ୍ତ ଦୁଇଟି ବିଭାଗର ମୋଟ ୨ଲକ୍ଷ ୨୭ ହଜାର ଛାତ୍ରଛାତ୍ରୀଙ୍କ ଫଳ ପ୍ରକାଶ ପାଇବ। ଯେଉଁଥିରେ କଳା ବିଭାଗର ୨ଲକ୍ଷ ୨୧ ହଜାର ଓ ଧନ୍ଦାମୂଳକ ଶିକ୍ଷାରେ ୨୭ହଜାର ଛାତ୍ରଛାତ୍ରୀ ରହିଛନ୍ତି। ଉଭୟ ବିଭାଗରେ ରେଗୁଲାରରେ ପାସ୍ହାର ୯୦%ରୁ ଅଧିକ ହୋଇଥିବା ଜଣାପଡ଼ିଛି।