ଭୋଟର ମାନଙ୍କ ପାଇଁ ନୂଆ ନିୟମ

ଗୋପ(ଜୟନ୍ତ କୁମାର ସେଠୀ): ପିପିଲି ଉପ-ନିର୍ବାଚନ ନିମନ୍ତେ ଆସନ୍ତା ୩୦ ତାରିଖରେ ଭୋଟ ଗ୍ରହଣ କରାଯିବ । ଭୋଟ ଦେବା ନିମନ୍ତେ ଭୋଟର ପରିଚୟ ପତ୍ର ବ୍ୟତୀତ ଅନ୍ୟ ୧୧ଟି ପ୍ରମାଣପତ୍ର ଭାବେ ଦର୍ଶାଇ ଭୋଟର ମାନେ ମତଦାନ କରିପାରିବେ । ଉକ୍ତ ପ୍ରମାଣପତ୍ର ମଧ୍ୟରେ ଆଧାର କାର୍ଡ, ଏମଜି ନରେଗା କାର୍ଡ, ଫଟୋ ଥାଇ ବ୍ୟାଙ୍କ ଏବଂ ପୋଷ୍ଟ ଅଫିସ ପକ୍ଷରୁ ଜାରି ପାସବୁକ, ପେନସନ ପତ୍ର, ଡ୍ରାଇଭିଂ ଲାଇସେନ୍ସ, ଭାରତୀୟ ପାସପୋର୍ଟ ଆଦି ରହିଛି । ସହଯୋଗ କରିବାକୁ ପ୍ରଶାସନ ପକ୍ଷରୁ ଭୋଟର ମାନଙ୍କୁ ପରାମର୍ଶ ଦିଆଯାଇଛି । ଏ ନେଇ ଭାରତୀୟ ନିର୍ବାଚନ କମିଶନ ଏବଂ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି ।