ପାରଳାଖେମୁଣ୍ଡି: ଆଜି ଦିନିକିଆ ଗଜପତି ଜିଲ୍ଲା ଗସ୍ତରେ ଆସି ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ନବୀନ ପଟ୍ଟନାୟକ ପାରଳାଖେମୁଣ୍ଡିରେ ପହଞ୍ଚି ୧୦ଜଣ ହିତାଧିକାରୀଙ୍କୁ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ବଣ୍ଟନ କରିଥିଲେ । ପୂର୍ବାହ୍ନ ୧୧ଟାରେ ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗଜପତି ଜିଲ୍ଲା ମୋ ପାଇଁ ସ୍ୱତନ୍ତ୍ର। ଏହି ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ସ୍ଵାସ୍ଥ୍ୟମନ୍ତ୍ରୀ ନବ ଦାସ, ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ବିଧାୟକ କେ ନାରାୟଣ ରାଓ , ଜଗନ୍ନାଥ ସାରକା ଓ ୫-ଟି ସଚିବ ଭିକେ ପାଣ୍ଡିଆନ୍ ପ୍ରମୁଖ ଉପସ୍ଥିତ ଥିଲେ। ଏହାଛଡ଼ା ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ୮୨୦ କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ କରିଛନ୍ତି।