ଧରାପଡିଲା ମଣିଷ ଖିଆ କଲରା ପତରିଆ ବାଘ

(ନବରଙ୍ଗପୁର) : ଯନ୍ତାରେ ପଡିଲା ମଣିଷ ଖିଆ କଲରା ପତରିଆ ବାଘ । କିଛିଦିନ ତଳେ ଏକ ୬ ବର୍ଷର ଶିଶୁକୁ ଝାମ୍ପି ନେଇଥିଲା ଏଇ ନରହନ୍ତା ବାଘ । ଏହା ପୂର୍ବରୁ ଆଉ ୨ ଜଣକୁ ନିଜ ଶିକାର ବନେଇଥିଲା ଏହି ବାଘ । ସୂଚନା ଅନୁଯାୟୀ ଗତ ୧୧ ତାରିଖ ସନ୍ଧ୍ୟାରେ ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଳକ ତୁରୁଡିହି ଗ୍ରାମର ଅମିତ ମର୍କାମ ନିଜ ପରିବାର ଲୋକଙ୍କ ସହ ସିହାଞ୍ଜା ସ୍ଥିତ ଶୃଙ୍ଗି ରୁଷି ପାହାଡ଼କୁ ଯାଇଥିଲେ । ସେଠାରେ ଶୀତଳା ମାତା ମନ୍ଦିରରୁ ଦର୍ଶନ ସାରି ତଳକୁ ଓହ୍ଲେଇବା ସମୟରେ ସେମାନଙ୍କୁ ଅଚାନକ ଏକ କଲରାପତରିଆ ବାଘ ଆକ୍ରମଣ କରିଥିଲା । ଯେଉଁଥିରେ ୬ ବର୍ଷର ବାଳକ ଅମିତ ମର୍କାମଙ୍କ ମୃତ୍ୟୁ ହୋଇଥିଲା। ୍ାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଥିଲା । ଏହା ପରେ ବନ ବିଭାଗ ୪ଟି ଟିମ୍ ଗଠନ କରି ବିଭିନ୍ନ ସ୍ଥାନରେ ଯନ୍ତା ବସାଇ ଜଗି ରହିଥିଲା। ତେବେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ବାଘଟି କାଳୀ ଗୁମ୍ଫା ନିକଟରେ ବସା ଯାଇଥିବା ଯନ୍ତାରେ ଥିବା ଛେଳିକୁ ଖାଇବାକୁ ଆସି ଫସି ଯାଇଥିଲା। ସେଠାରେ ଛକି ରହିଥିବା ବନ କର୍ମଚାରୀମାନେ ଶେଷରେ ବାଘଟିକୁ କାବୁ କରିବାରେ ସଫଳ ହୋଇଛନ୍ତି।