୧୨ରୁ ୧୫ ପର୍ଯ୍ୟନ୍ତ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ରାଜ୍ୟରେ ୧୨ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

(ଭୁବନେଶ୍ୱର) : ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ରାଜ୍ୟରେ ୧୨ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ପାଗ କୋହଲା ରହିବା ସହିତ ସାମାନ୍ୟ ବର୍ଷା ହେବାର ଆଶଙ୍କା ରହିଛି।

ସୂଚନାନୁଯାୟୀ , ଶୁକ୍ରବାରଠାରୁ ୧୫ ତାରିଖ ଭିତରେ ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ, ଖୋର୍ଦ୍ଧା, ଜଗତସିଂହପୁର, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଯାଜପୁର, ପୁରୀ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି।