୨୮ ଜଣ ବରିଷ୍ଠ ସାମ୍ବାଦିକଙ୍କୁ ପେନସନ ପ୍ରଦାନ

ଭୁବନେଶ୍ୱର : ଜାତୀୟ ପ୍ରେସ ଦିବସରେ ପ୍ରଶାନ୍ତ ପଟ୍ଟନାୟକଙ୍କୁ ଉତ୍କଳ ସାମ୍ବାଦିକ ରତ୍ନ ସମ୍ମାନ ମିଳିଛି । ଏହି କାର୍ଯ୍ୟକ୍ରମରେ ୨୮ ଜଣ ବରିଷ୍ଠ ସାମ୍ବାଦିକଙ୍କୁ ପେନସନ ପ୍ରଦାନ କରାଯାଇଛି । ଜାତୀୟ ସାମ୍ବାଦିକ କଲ୍ୟାଣ ବୋର୍ଡ ପକ୍ଷରୁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ସ୍ୱୟଂଶାସିତ ମହାବିଦ୍ୟାଳୟରେ ସାମ୍ବାଦିକତା ଶିକ୍ଷା କ୍ଷେତ୍ରରେ ସର୍ବୋଚ୍ଚ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀଙ୍କୁ ସମ୍ମାନିତ କରିବା ପାଇଁ ସାମ୍ବାଦିକ କଲ୍ୟାଣ ବୋର୍ଡ ସ୍ଥିର କରିଛି ।