ଦିନିକିଆ ହିଞ୍ଜିଳି ଗସ୍ତରେ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ

ହିଞ୍ଜିଳି(ରଜନୀକାନ୍ତ ପାତ୍ର): ଦିନିକିଆ ହିଞ୍ଜିଳିକାଟୁ ଗସ୍ତ କରି ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଆର.ଭିନିଲ କ୍ରିଷ୍ଣା । ହିଞ୍ଜିଳିରେ ନିର୍ମାଣାଧୀନ ପ୍ରକଳ୍ପ ସମ୍ବନ୍ଧରେ ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ଡ଼. ମନୋରଞ୍ଜନ ସାହୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁବ୍ରତ କୁମାର ଜେନା ଏବଂ ତହସିଲଦାର ପ୍ରଭାତ କୁମାର ପରିଡ଼ାଙ୍କ ସହ ସେ ଆଲୋଚନା କରିଥିଲେ । ଏହି କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ସଚିବଙ୍କ ସହ ଗଞ୍ଜାମ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବ୍ରିଜେଶ କୁମାର ରାୟ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ପ୍ରିୟରଞ୍ଜନ ପୃଷ୍ଟି ଓ ମୁଖ୍ୟମନ୍ତ୍ରୀଙ୍କ ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ପ୍ରତିନିଧି ଶରତ ଚନ୍ଦ୍ର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।
ହିଞ୍ଜିଳିକାଟୁ ଓକିଲ ସଂଘର ସଭାପତି ଦ୍ୱିତୀକୃଷ୍ଣ ସାବତ ସବ୍ ଜଜ୍ ଅଦାଲତ ପ୍ରତିଷ୍ଠା ନିମନ୍ତେ ସ୍ୱତନ୍ତ୍ର ସଚିବଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ହିଞ୍ଜିଳିକାଟୁ ବ୍ଳକ ଅଧ୍ୟକ୍ଷ ଏନ.ରଘୁନାଥ, ବ୍ଳକ ବିଜେଡି ସଭାପତି ସୁରେନ୍ଦ୍ର ନାଥ ପ୍ରଧାନ, ବରିଷ୍ଟ ବିଜେଡି ନେତା ଡ଼ି. ବିଶ୍ୱନାଥ ଏବଂ ଯୁବ ବିଜେଡି ସଭାପତି ମନୋଜ କୁମାର ସାବତଙ୍କ ଅନେକ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ପ୍ରମୁଖ ଉପସ୍ଥିତ ଥିଲେ।