ଭୁବନେଶ୍ୱର: ବାତ୍ୟା ଜୱାଦରେ ହୋଇଥିବା କ୍ଷୟକ୍ଷତିର ଆକଳନ କରି ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ । କ୍ଷୟକ୍ଷତି ରିପୋର୍ଟ ଦାଖଲ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଯଥାଶୀଘ୍ର ରିପୋର୍ଟ ଦାଖଲ କରିବାକୁ ସମସ୍ତ ଜିଲ୍ଲାପାଳଙ୍କୁ କୁହାଯାଇଛି । ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡି । ଚଳିତ ବାତ୍ୟା ଜୱାଦ ଦ୍ୱାରା ଚାଷ ନଷ୍ଟ, ଅନ୍ୟାନ୍ୟ କ୍ଷୟକ୍ଷତିକୁ ନେଇ ତୁରନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ହୋଇଛି ସମସ୍ତ ଜିଲ୍ଲାପାଳଙ୍କୁ ।